Odisha Link
Bridging the Missing Links in Odisha

ରାଜ୍ୟରେ ୨୦ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି

ଭୁବନେଶ୍ବର : ତାତିରୁ ସାମାନ୍ୟ ଆଶ୍ବସ୍ତି । ବୁଧବାର ମଧ୍ୟରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ଝିପିଝିପି ବର୍ଷା ଲାଗି ରହିଛି। ଉତ୍ତରପୂର୍ବ ବଙ୍ଗୋପସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ସୂଚନା​ ଦେଇଛି । ଏହାର ପ୍ରଭାବରେ ଉପକୂଳ ଓଡିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୩୨.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଏହାସହ ପୁରୀରେ ୧୮ ଓ ସମ୍ବଲପୁରରେ ୯ ମିଲିମିଟର ବର୍ଷା ହୋଇଥିବା ଜଣାପଡିଛି । କେତେକ ସ୍ଥାନରେ ବିଜୁଳି ଓ ପବନ ହେବାରୁ ବିଦ୍ୟୁତ କାଟ୍ ହୋଇଛି ।
୨୦ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ବଲାଙ୍ଗିର, ନୂଆପଡା, କୋରାପୁଟ, ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, ନୟାଗଡ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ସକାଳ ୮ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Comments are closed.