Odisha Link
Bridging the Missing Links in Odisha

ଶୁକ୍ରବାର ନବୀନ-ଧର୍ମେନ୍ଦ୍ର ବୈଠକ!

ନୂଆଦିଲ୍ଲୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ଶୁକ୍ରବାର ଓଡ଼ିଶା ଭବନରେ ବୈଠକ ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ତେବେ ଏହି ବୈଠକ ସମ୍ପର୍କରେ ନୂଆଦିଲ୍ଲୀ ସ୍ଥିତ ଆବାସିକ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ । ସୂତ୍ର ଅନୁସାରେ ଶୁକ୍ରବାର ଅପରାହ୍ନରେ ଏହି ବୈଠକ ଅନୁଷ୍ଠିତ ହେବ । ଓଡ଼ିଶାରେ ପେଟ୍ରୋଲିୟମ ଓ ଇସ୍ପାତ କ୍ଷେତ୍ରରେ ଅସମ୍ପୂର୍ଣ୍ଣ ରହିଥିବା ବିଭିନ୍ନ ପ୍ରକଳ୍ପ ଉପରେ ଆଲୋଚନ ହେବ ବୋଲି ଜଣାପଡ଼ିଛି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ଏହି ବୈଠକ ଆୟୋଜନ କରାଯାଉଛି । ଉଲ୍ଲେଖଯୋଗ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ତ୍ତମାନ ୭ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି । ନୂଆଦିଲ୍ଲୀରେ ସେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି । ୧୫ ତାରିଖରେ ନୀତି ଆୟୋଗର ବୈଠକରେ ଯୋଗ ଦେବା ପରେ ସେ ଓଡ଼ିଶା ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

Comments are closed.