Odisha Link
Bridging the Missing Links in Odisha

ଏଥର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ହେବ ୱାଇ-ଫାଇ

ଭୁବନେଶ୍ୱର : ରାଜ୍ୟର ପ୍ରତ୍ୟେକ ବୈଷୟିକ ଶିକ୍ଷାନୁଷ୍ଠାନରେ ୱାଇ-ଫାଇ ବ୍ୟବସ୍ଥା ଉପଲବ୍ଧ ହେବ । ଏଥିସହ ଆସନ୍ତା ୫ ବର୍ଷ ମଧ୍ୟରେ ଓଡ଼ିଶାର ୧୫ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ତାଲିମ ପ୍ରଦାନ କରାଯିବ । ନିର୍ବାଚନ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ଓ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ଉପରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏ ନେଇ ଆଲୋଚନା ହୋଇଛି ।
ଏହି ଅବସରରେ ମନ୍ତ୍ରୀ ବିଭିନ୍ନ ବିଭାଗ ସହିତ ସମନ୍ୱୟ ରକ୍ଷା କରି ତାଲିମ କାର୍ଯ୍ୟକ୍ରମର ସଫଳ ରୂପାୟନ ଲାଗି ସମସ୍ତ ଅଧିକାରୀଙ୍କୁ ନିଦେ୍ର୍ଧଶ ଦେଇଥିଲେ । ବିଶ୍ୱ ଦକ୍ଷତା କେନ୍ଦ୍ର ପ୍ରତିଷ୍ଠା ଓ ଏହାର ଅଗ୍ରଗତି ଏବଂ ଶିକ୍ଷାନୁଷ୍ଠାନରେ ୱାଇ-ଫାଇ ବ୍ୟବସ୍ଥା ନିମନ୍ତେ ନିଆଯାଇଥିବା ପଦକ୍ଷେପ ଓ ଛାତ୍ରଛାତ୍ରୀଙ୍କୁ ଏକ ଜିବି ଡାଟା ପ୍ରଦାନ ଉପରେ ମନ୍ତ୍ରୀ ଗୁରୁତ୍ୱରୋପ କରିଥିଲେ । ବିଭିନ୍ନ ସେବାଗୁଡ଼ିକୁ ରାଇଟୁ ଟୁ ସର୍ଭିସ ଆକ୍ଟରେ ଅନ୍ତର୍ଭୁକ୍ତ କରିବା ପାଇଁ ଆଲୋଚନା କରାଯାଇଥିଲା । ବୈଠକରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ କମିସନର ସଞ୍ଜ କୁମାର ସିଂ, ନିୟୋଜନ ନିଦେ୍ର୍ଧଶାଳୟ ନିଦେ୍ର୍ଧଶକ ରାକେଶ ପ୍ରଭାକର ପାଟିଲ, ଅତିରିକ୍ତ ସଚିବ ସୁଦର୍ଶନ ପଣ୍ଡା, ଯୁଗ୍ମ ସଚିବ ଅଜୟ ନାୟକ, ଉପସଚିବ ସଂଗ୍ରାମ ରାୟ ସର୍ଦ୍ଧାର ଓ ବ୍ୟକ୍ତିଗତ ସଚିବ ଗୌରହରି ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.