Odisha Link
Bridging the Missing Links in Odisha

ଜଙ୍ଗଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଉଦଳା : ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଜଙ୍ଗଲ ଭିତରୁ ଉଦ୍ଧାର ହୋଇଛି । ଉଦଳା ଥାନା ଅଞ୍ଚଳରୁ ମୃତଦେହ ଉଦ୍ଧାର ହୋଇଛି । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।
ମିଳିଥିବା ସୂଚନା ଅନୁସାରେ, ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା କୁଟଲିଂ ଜଙ୍ଗଲରୁ ଜଣେ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳେ ସ୍ଥାନୀୟ ଲୋକେ ଜଙ୍ଗଲକୁ ଯାଇଥିବା ବେଳେ ମୃତଦେହ ଦେଖିବାକୁ ପାଇଥିଲେ । ମୃତଦେହ ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ଏପର୍ଯ୍ୟନ୍ତ ମୃତକର ପରିଚୟ ମିଳିପାରିନଥିବା ବେଳେ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

Comments are closed.