Odisha Link
Bridging the Missing Links in Odisha

ଶୀଲା ଦୀକ୍ଷିତଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଶୀଲା ଦୀକ୍ଷିତଙ୍କର ପରଲୋକ। ସେ ୮୧ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଖବର ପାଇ ଶୋକ ପ୍ରକାଶ କରିଛନ୍ତି। ଏଥି ସହ ତାଙ୍କ ଅମର ଆତ୍ମାର ସଦଗତି ପ୍ରାପ୍ତି ହେଉ ବୋଲି ପ୍ରାର୍ଥନା କରିଛନ୍ତି।

ଏହା ସହିତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

କଂଗ୍ରେସ ପକ୍ଷରୁ ମଧ୍ୟ ଶୋକ ପ୍ରକାଶ କରାଯାଇଛି ଏବଂ ଶୀଲା ଦୀକ୍ଷିତଙ୍କ ମୃତ୍ୟୁ କଂଗ୍ରେସ ଦଳ ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି।

Comments are closed.