Odisha Link
Bridging the Missing Links in Odisha

୧୧ ଜିଲ୍ଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍‌ ଡିପ୍ରେସନ୍‌ର ରୂପ ନେଇଛି। ଏହାର ପ୍ରଭାବରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ରାଜ୍ୟ ସରକାର ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ ଓ ସୋନପୁର ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛନ୍ତି।
ସେହିପରି ୧୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ବରଗଡ଼, ସମ୍ବଲପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଯାଜପୁର ଓ କେନ୍ଦ୍ରାପଡ଼ାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Comments are closed.