Odisha Link
Bridging the Missing Links in Odisha

ସୁଷମାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର : ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତ୍ରୀ ସୁଷମା ସ୍ୱରାଜଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି ‘ସୁଷମା ସ୍ୱରାଜ ଜଣେ ଓଜସ୍ୱୀ, ଜ୍ଞାନୀ ଏବଂ ସମ୍ମାନୀତ ବ୍ୟକ୍ତିତ୍ୱ ଥିଲେ। ସାଧାରଣ ନାଗରିକଙ୍କ ବିଭିନ୍ନ ସମସ୍ୟାର ସମାଧାନ ଲାଗି ସେ ସମସ୍ତଙ୍କ ନିକଟରେ ପରିଚିତ ଥିଲେ। ସୁଷମାଙ୍କ ବିୟୋଗ ଭାରତୀୟ ରାଜନୀତିରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି।

Comments are closed.