Odisha Link
Bridging the Missing Links in Odisha

୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ମନ୍‌ସୁନ୍‌ ଟ୍ରପ୍‌ଲାଇନ୍‌ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ନବରଙ୍ଗପୁର। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାଛଡ଼ା ଅନ୍ୟ ଜିଲ୍ଲା ଗୁଡ଼ିକରେ ମଧ୍ୟ ବର୍ଷା ହୋଇପାରେ।
ଝଡ଼ତୋଫାନକୁ ନେଇ ମଧ୍ୟ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବଲାଙ୍ଗିର, ସୋନପୁର, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲ୍ଲାରେ ଝଡ଼ତୋଫାନ ହୋଇପାରେ। ସେହିପରି ପ୍ରବଳ ବର୍ଷାକୁ ନେଇ କିଛି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବଲାଙ୍ଗିର, ସୋନପୁର, କନ୍ଧମାଳ ଓ କଳାହାଣ୍ଡି।

Comments are closed.