Odisha Link
Bridging the Missing Links in Odisha

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ତିହିଡ଼ି : ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅନ୍ତର୍ଗତ ରାଢଙ୍ଗ ଗାଁରେ ଥିବା ପୋଖରୀରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାଁ ସଞ୍ଜୀବ ନାୟକ। ମିଳିଥିବା ସୂଚନା ଅନୁସାରେ, ସେ ଗତ ବୁଧବାରଠାରୁ ନିଖୋଜ ଥିଲେ। ଆଜି ତାଙ୍କ ମୃତଦେହ ଗାଁ ପୋଖରୀରେ ଭାସୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ଏନେଇ ପୁଲସିକୁ ଖବର ଦେବା ପରେ ଘଟଣାସ୍ଥଳରେ ପହଞ୍ଚି ପୁଲିସ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Comments are closed.