Odisha Link
Bridging the Missing Links in Odisha

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : କାଲିଠୁ ବଢିବ ବର୍ଷା

ଭୁବନେଶ୍ବର : ଉତ୍ତର ପୂର୍ବ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ବଢିବ। ଗୁରୁବାର ଠାରୁ ବର୍ଷାର ପ୍ରକୋପ ଆହୁରି ବଢିବ। ୨/୩ ଦିନ ଧରି ବର୍ଷା ଲାଗି ରହିବ। ଉତ୍ତର ଓଡିଶାର ଅନେକ ଜାଗା ସହ ଦକ୍ଷିଣ ଉପକୂଳ ଓଡିଶାର ଅନେକ ସ୍ଥାନରେ ବର୍ଷା ହେବ। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗୁରୁବାର ଦକ୍ଷିଣ ଓଡିଶାର ଅଧିକାଂଶ ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ ପୁର୍ବାନୁମାନ କରିଛି ପାଣିପାଗ ବିଭାଗ। ମୟୁରଭଞ୍ଜ, କେନ୍ଦୁଝର,କେନ୍ଦ୍ରାପଡା,କଟକ, ଜଗତସିଂହପୁର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ନବରଙ୍ଗପୁର ଓ କଳାହାଣ୍ଡିରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ଏହା ପରେ ବର୍ଷା ପରିମାଣ କମିବ। ୨୮ ଲଘୁଚାପ ପରେ ୨ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି।

Comments are closed.