Odisha Link
Bridging the Missing Links in Odisha

ଦୁଇ ବାଇକ ମୁହାଁମୁହିଁ ଧକ୍କା

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ କାରାଗା ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ କୈଳାସ ମାଝି। ଗୁରୁତର ଆହତ ଥିବା ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଇଛନ୍ତି।

Comments are closed.