Odisha Link
Bridging the Missing Links in Odisha

ପୁରୀ ଗଲେ ୫ ଆଇଏଏସ୍

ପୁରୀ: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ବିକଶିତ କରିବା ପାଇଁ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି । ଏଥିପାଇଁ ପୁରୀର ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି । ଏହି ସବୁ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଜଣ ପ୍ରୋବେସନର ଆଇଏସ ଅଫିସରଙ୍କୁ ପୁରୀରେ ନିଯୁକ୍ତ କରିଛନ୍ତି । ସେମାନେ ପୁରୀର ବିକାଶ ପାଇଁ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ରହିବେ ।

ସେମାନେ ହେଲେ ସୂର୍ଯ୍ୟବଂଶୀ ମୟୁର ବିକାଶ, କୀର୍ତ୍ତିଭାସନ ଭି, ଡକ୍ଟର ଶୁଭଙ୍କର ମହାପାତ୍ର, ଜେ. ସୋନାଲ ଓ ଭୁବନେଶ ଦେବଦାସ ପାଟିଲ । ଏମାନେ ସମସ୍ତେ ୨୦୧୮ ବ୍ୟାଚର ଆଇଏଓ ଅଫିସର ।  ଏମାନେ ସମସ୍ତେ ଆଜି ପୁରୀରେ କାର୍ଯ୍ୟରେ ଯୋଗଦେଇଛନ୍ତି ।

ପୁରୀ ଯିବା ପୂର୍ବରୁ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ ସେମାନଙ୍କୁ ସେମାନଙ୍କ ଦାୟିତ୍ୱ ସମ୍ପର୍କରେ ବୁଝାଇଥିଲେ ଏବଂ ରାଜ୍ୟ ସରକାରଙ୍କ ଏହି ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରତିବଦ୍ଧତାର ସହ କାମ କରିବାକୁ ପରାମର୍ଶ ଦେଇଥିଲେ ।

Comments are closed.