Odisha Link
Bridging the Missing Links in Odisha

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନ ‘ରାଜକମଲ’ ଯୋଗେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟପାଳ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରିଥିଲେ। ଏଥିସହିତ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ଉତ୍ତରୀୟ ଦେଇ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ। ଏହାଛଡ଼ା ପୁଲିସ ଡିଜି ବି.କେ ଶର୍ମା, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସ୍ୱାଗତ କରିଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭୁବନେଶ୍ୱରରୁ ଗୋଳାବନ୍ଧ ଆର୍ମି ଏକାଡେମୀ ଯିବାର କାର୍ଯ୍ୟକ୍ରମ ରହିଛି। ଭାରତୀୟ ବାୟୁସେନାର ସ୍ବତନ୍ତ୍ର ଜେଡପି-୫୧୧୦ ବିମାନ ଯୋଗେ ବ୍ରହ୍ମପୁର ଗସ୍ତ କରିଛନ୍ତି। ତାଙ୍କ ସହିତ ତାଙ୍କ ପତ୍ନୀ, ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଥିବା ସୂଚନା ରହିଛି।

ବ୍ରହ୍ମପୁର ଉପକଣ୍ଠ ଗୋଳାବନ୍ଧଠାରେ ୧୯୮୪ରେ ଆର୍ମି ଏୟାର ଡିଫେନ୍ସ କଲେଜ ଓ ଆର୍ମି ଡିଫେନ୍ସ ସେଣ୍ଟର ପ୍ରତିଷ୍ଠା ହୋଇଥିଲା। ୨୫ ବର୍ଷରୁ ଉଦ୍ଧ୍ୱର୍ ଉଲ୍ଲେଖନୀୟ ସେବା ପାଇଁ ଏହି ସେଣ୍ଟରକୁ ୨୮ତାରିଖରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ସମ୍ମାନଜନକ “କଲର ଆୱାର୍ଡ’ ପ୍ରଦାନ କରିବେ। ଏହି କାର୍ଯ୍ୟକ୍ରମରେ ସ୍ଥଳସେନା ମୁଖ୍ୟ ଜେନେରାଲ ବିପିନ ରାୱତ, ଓଡ଼ିଶା ରାଜ୍ୟପାଳ ଫ୍ରପେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଲେଫ୍ଟନାଣ୍ଟ ଜେନେରାଲ ଅଶ୍ୱିନୀ କୁମାର ଓ ଲେଫ୍ଟନାଣ୍ଟ ଜେନେରାଲ ଏ.ପି. ସିଂ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Comments are closed.