Odisha Link
Bridging the Missing Links in Odisha

ପ୍ଲାଷ୍ଟିକ୍‌ ମୁକ୍ତ ଅଭିଯାନ: ଅକ୍ଟୋବର ୨ରେ ବଡ଼ଦାଣ୍ଡରେ ଶୋଭାଯାତ୍ରା

ପୁରୀ: ପୁରୀ ସହରକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏହି ଅଭିଯାନକୁ ଆସନ୍ତା ଅକ୍ଟୋରବ ୨ ତାରିଖରୁ ଆହୁରି ଜୋରଦାର କରାଯିବ। ଏ ସଂକ୍ରାନ୍ତରେ ଏକ ବୈଠକ ଜିଲାପାଳ ବଲଓ୍ବନ୍ତ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅକ୍ଟୋବର ୨ ତାରିଖରେ ବଡ଼ଦାଣ୍ଡରେ ଏକ ବିଶାଳ ଶୋଭାଯାତ୍ରା କରାଯିବ। ଘରକୁ ଘର ବୁଲି ପ୍ଲାଷ୍ଟିକ ଆବର୍ଜନା ସଂଗ୍ରହ ପାଇଁ ମଧ୍ୟ ଅଭିଯାନ ଆରମ୍ଭ ହେବ। ବିଭିନ୍ନ କାର୍ଯ୍ୟକ୍ରମ ବିବାହ, ବ୍ରତ ସମୟରେ ହୋଟେଲ କିମ୍ବା କଲ୍ୟାଣ ମଣ୍ଡପରେ ଥର୍ମୋକୁଲ ପ୍ଲେଟ ଓ ଗ୍ଲାସ ବ୍ୟବହାରକୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରାଯିବ। ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ କହିଛନ୍ତି। ଏହି ପ୍ଲାଷ୍ଟିକମୁକ୍ତ ଅଭିଯାନରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ହୋଟଲ ସଂଘକୁ ମଧ୍ୟ ସାମିଲ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଏହି ବୈଠକରେ ବିଭିନ୍ନ ବିଭାଗର ଅଧିକାରୀଙ୍କ ସମେତ ବ୍ୟବସାୟୀ ହୋଟେଲ ମାଲିକ, ବ୍ୟବସାୟୀ ସଂଘରୁ କର୍ମକର୍ତ୍ତା ଯୋଗଦେଇଥିଲେ।

Comments are closed.