Odisha Link
Bridging the Missing Links in Odisha

ଆଜି ରାଜଭବନ ଆଗରେ ଧାରଣା ଦେବ ବିଜେପି

ଭୁବନେଶ୍ବର: ରାଜ୍ୟସରକାର ଚଂଚକତା କରି ବିଭିନ୍ନ କେନ୍ଦ୍ରୀୟ ଯୋଜନାକୁ ହଡପ କରି ଚାଲିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଥିବା ‘ହାଉସିଂଙ୍ଗ ଫର ଅଲ୍ ୨୦୨୨’ର ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗ୍ରାମାଂଚଳ ଓ ସହରାଂଚଳରେ ସମସ୍ତଙ୍କୁ ପକ୍କା ଘର ଯୋଗାଇଦେବେ ବୋଲି କହିଛନ୍ତି। ଏହି ଯୋଜନାରେ ଓଡିଶାରେ ୧୬ ଲକ୍ଷରୁ ଅଧିକ ପକ୍କା ଘର ନିର୍ମାଣ ହେବାପରେ ବି ରାଜ୍ୟସରକାର ଅନୈତିକ ଓ ଅଗଣତାବିକ ଭାବେ ଯୋଜନାର ନାମ ପରିବର୍ତନ କରି ‘ମୋ ଆବାସ‛ ନାମରେ ରାଜ୍ୟବାସୀଙ୍କୁ ଠକି ଚାଲିଛନ୍ତି । ଏହା ବିରୁଦ୍ଧରେ ଗତ ୨୭ ତାରିଖରେ ବିଜେପି ପକ୍ଷରୁ ରାଜ୍ୟର ସମସ୍ତ ବ୍ଲକ, ଏନ୍ଏସି, ମ୍ୟୁନିସିପାଲିଟି କର୍ପୋରେସନ୍ ଆଗରେ ବିକ୍ଷୋଭ କରିବା ସହ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ବିଡିଓଙ୍କୁ ଦେବା ପରେ ବି ରାଜ୍ୟସରକାର କୌଣସି ପଦକ୍ଷେପ ନେଉନାହାଁନ୍ତି।

କେନ୍ଦ୍ରୀୟ ଯୋଜନା ହଡପ ନେଇ ରାଜ୍ୟ ସରକାରଙ୍କ ଚଂଚକତା ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଆସନ୍ତା କାଲି ବିଜେପି ପକ୍ଷରୁ ରାଜଭବନ ଆଗରେ ଧାରଣା ଦେବା ସହ ମହାମହିମ ରାଜ୍ୟପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯିବ ବୋଲି ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ଚାରି ଗୋଟି ପ୍ରସଙ୍ଗ ନେଇ ଆଜି ରାଜଭବନ ଆଗରେ ଧାରଣା ଦିଆଯିବ। (୧) ପ୍ରଧାନମବୀ ଆବାସ ଯୋଜନାକର ନାଁ କାଟି ରାଜ୍ୟସରକାର ବିଜ୍ଜୁ ପକ୍କାଘର କହି ରାଜ୍ୟବାସୀଙ୍କୁ ଭ୍ରମିତ କରୁଛନ୍ତି । ୨୦୧୮ ସର୍ଭେ ଅନୁଯାୟୀ ୪ ଲକ୍ଷ ଘରର କାର୍ଯ୍ୟଦେଶ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନାଁରେ ବଂଟନ କରି ଗାଇଡ ଲାଇନ ଅନୁଯାୟୀ କାର୍ଯ୍ୟାଦେଶ ହେବା ସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଫଳକ ଲଗାଯିବାର ଆବଶ୍ୟକତା ରହିଛି। କିନ୍ତୁ ରାଜ୍ୟସରକାର ଏହାକୁ ନିଜ ଲୋଗରେ ମୁଖ୍ୟମବୀଙ୍କ ଫଟୋ ଓ ବିଜୁ ପକ୍କା ଘରର ଫଟୋ ଲଗାଇ ମୋ ଆବାସ ଲେଖି କାର୍ଯ୍ୟାଦେଶ ବଂଟନ କରୁଛନ୍ତି। (୨) ସେହିପରି ସମସ୍ତେ ଘର ପାଇବେ ବୋଲି ଯେଉଁ ସର୍ଭେ ଚାଲିଛି ସେଥିରେ ମଧ୍ୟ ଚଂଚକତା ରହିଛି । ତାର ଯେଉଁ ବିଜ୍ଞାପନ ବାହାରିଲା ସେ ବିଜ୍ଞାପନରେ ଗୋଟିଏ କୌଣସି ଜାଗାରେ ଲେଖା ହୋଇନି ଯେ,ଏଠି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ସର୍ଭେ ହେଉଛି । (୩) ସର୍ଭେ ହେଲା ପରେ ଯେଉଁ ପ୍ରାରମ୍ଭିକତା ତାଲିକା ଆସିଛି ତାହାପରେ ପରବର୍ତୀ ପ୍ରକ୍ରିୟାଟି ହେଉଛି ଘରର ଫଟୋ ଉଠାଇ ଜିଓ ଟାଗିଙ୍ଗ୍ କରିବା କଥା। କିନ୍ତୁ ଶାସକ ଦଳର ବିଧାୟକ ପଂଚାୟତ ଏକଜ୍ୟୁଟିଭ୍, ଜିଆରଏସ୍‌ମାନଙ୍କୁ ଧରି କେବଳ ବିଜୁ ଜନତାଦଳର କର୍ମୀ ଓ ସମର୍ଥକମାନଙ୍କ ଘର ଜିଓ ଟାଗିଙ୍ଗ୍ କରିବା ଅତ୍ୟନ୍ତ ର୍ଦୁଭାଗ୍ୟଜନକ । (୪) ରାଜ୍ୟର ବିଭିନ୍ନ ସ୍ଥାନରେ ଘର କରାଇବା ନାଁରେ ବିଜୁ ଜନତା ଦଳର ବିଧାୟକ ମାନେ ଘର ପିଛା ୨୧ହଜାର ଟଙ୍କା ପିସି ଆଦାୟ କରିବାରେ ଲାଗିଛନ୍ତି । ଯେଉଁମାନଙ୍କ ନାଁ ପ୍ରାରମ୍ଭିକ ତାଲିକାରେ ଅଛି ସେମାନଙ୍କ ଘର ଜିଓ ଟାକିଙ୍ଗ୍ ହେବ ନିଷ୍ପତି ହୋଇଛି ସେମାନଙ୍କ ଠାରୁ ୧୦ ହଜାର ଟଙ୍କା ବିଧାୟକଙ୍କ ନାଁରେ ପିସି ଏବଂ ୧୧ ହଜାର ଟଙ୍କା ବ୍ଲକ ଅଫିସରଙ୍କ ନାଁରେ ପିସି ଆଦାୟ କରାଯାଉଛି।ରାଜ୍ୟ ସରକାରଙ୍କର ଭ୍ରଷ୍ଟାଚାରୀ, ଚଂଚକତା ପୂର୍ଣ୍ଣ ବ୍ୟବହାର ବିରୁଦ୍ଧରେ ବିଜେପି ରାଜରାସ୍ତାରେ ଆନ୍ଦୋଳନ କରିବ । ରାଜ୍ୟ ସରକାରଙ୍କ ଚଂଚକତା ଓ ଭ୍ରଷ୍ଟାଚାରକୁ ପ୍ରସୟ ଦିଆଯିବ ନାହିଁ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାନ୍ୟବର ପ୍ରଧାନମବୀ ନରେନ୍ଦ୍ର ମୋଦୀଙ୍କର ଏକ ଉଚ୍ଚାଙ୍କାକ୍ଷୀ ଜନକଲ୍ୟାଣକାରୀ ଯୋଜନା ଓ ଏହାଦ୍ୱାରା ଭାରତର ସମସ୍ତ ଜନସାଧାରଣଙ୍କୁ ପକ୍କାଘର ଯୋଗାଇଦେବାର ସୁଦୀର୍ଘ ପରିକଳ୍ପନା କରାଯାଇଛି ।

ଏହି ଯୋଜନାକୁ ଚଂଚକତା କରି କୌଣସି ରାଜ୍ୟର ସରକାର ଏହାକୁ ନିଜସ୍ୱ ଯୋଜନା ଭାବେ ଘୋଷଣା କରି ବିଭ୍ରାନ୍ତ କରାଇବା ନିଶ୍ଚିନ୍ତ ଭାବେ ଅଗଣତାନ୍ତ୍ରୀକ, ଆଦର୍ଶ ସଂଘୀୟ ବ୍ୟବସ୍ଥାର ପରିପନ୍ଥି ଓ ଗ୍ରହଣଯୋଗ୍ୟ ନୁହେଁ । ଏହା ବିରୁଦ୍ଧରେ ଗତ ୨୭ ତାରିଖରେ ରାଜ୍ୟ ବିଜେପି ସମସ୍ତ ୩୧୪ ବ୍ଲକ ଏବଂ ପୌରାଚଂଳ ଘେରାଓ କରିବା ସହ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ପ୍ରଦାନ କରିଥିଲା। ଏହା ପୂର୍ବରୁ କେନ୍ଦ୍ର ସରକାରଙ୍କ ୧୦୮ ଆମ୍ବୁଲାନ୍ସ ଯୋଜନାକୁ ହାଇଜାକ୍ କରି ରାଜ୍ୟସରକାର ନିଜ ନାଁ ଦେଇ ରାଜ୍ୟସରକାରଙ୍କ ‘ଲୋଗୋ’ଲଗାଇ ନିଜର ଆତ୍ମ ପ୍ରଚାର କରିଥିଲେ । କେନ୍ଦ୍ରସରକାରଙ୍କ ସୁକନ୍ୟା ସମୃଦ୍ଧି ଯୋଜନାକୁ ନାଁ ଓ ଲୋଗୋ ବଦଳାଇ ରାଜ୍ୟସରକାର ‘ସୁକନ୍ୟା ସମୃଦ୍ଧି ଯୋଜନା- ଝିଅ ପାଇଁ ଚିଠି ଟିଏ’ କରି ବିଭିନ୍ନ ଗଣମାଧ୍ୟରେ ବିଜ୍ଞାପନ ପ୍ରକାଶ କରିଥିଲେ। ସେହିପରି ଟଙ୍କିକିଆ ଚାଉଳକୁ ନିଜ ନାଁରେ ନାମିତ କରିବାର ଅପଚେଷ୍ଟା ବି ରାଜ୍ୟ ସରକାର କରିଆସିଛନ୍ତି । କେନ୍ଦ୍ରୀୟ ଯୋଜନା ହଡପ ନେଇ ରାଜ୍ୟ ସରକାରଙ୍କ ଚଂଚକତା ଓ ଭ୍ରଷ୍ଟାଚାର ବିରୁଦ୍ଧରେ ଆସନ୍ତା କାଲି ପୁଣି ବିଜେପି ପକ୍ଷରୁ ରାଜଭବନ ଆଗରେ ଧାରଣା ଦେବା ସହ ମହାମହିମ ରାଜ୍ୟପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯିବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପସଭାପତି ସମୀର ମହାନ୍ତି ଏବଂ ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Comments are closed.