Odisha Link
Bridging the Missing Links in Odisha

ନୟାଗଡ଼କୁ ଗଡ଼ିବ ସେବା ଏକ୍ସପ୍ରେସ୍‌

ଭୁବନେଶ୍ବର: ଭୁବନେଶ୍ୱର ଓ ନୟାଗଡ଼ ଟାଉନ ମଧ୍ୟରେ ଆସନ୍ତା ୧୫ ତାରିଖରୁ ଏକ ସେବା ଏକ୍ସପ୍ରେସ୍‌ ଚଳାଚଳ କରିବ। ଏ ନେଇ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯିବା ପରେ ପୂର୍ବରୁ ଚଳାଚଳ କରୁଥିବା ପାସେଞ୍ଜର ଟ୍ରେନ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ଖୋର୍ଦ୍ଧା ରୋଡ଼-ନୟାଗଡ଼ ଟାଉନ ପାସେଞ୍ଜର(୫୮୪୩୧) ଖୋର୍ଦ୍ଧା ରୋଡ଼ଠାରୁ ବର୍ତ୍ତମାନର ଚଳାଚଳ ସମୟ ସକାଳ ୭ଟା ୧୫ ପରିବର୍ତ୍ତେ ସକାଳ ୮ଟା ୨୦ରେ ଛାଡ଼ିବ। ନୟାଗଡ଼ ଟାଉନଠାରେ ସକାଳ ୮ଟା ୫୫ ପରିବର୍ତ୍ତେ ପୂର୍ବାହ୍ନ ୯ଟା ୪୫ରେ ପହଞ୍ଚିବ। ଫେରିବା ବାଟରେ ନୟାଗଡ଼ ଟାଉନ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର( ୫୮୪୩୨) ନୟାଗଡ଼ ଟାଉନଠାରୁ ବର୍ତମାନ ସମୟ ପୂର୍ବାହ୍ନ ୯ଟା ୨୦ ପରିବର୍ତ୍ତେ ପୂର୍ବାହ୍ନ ୧୦ଟାରେ ଛାଡ଼ିବ। ଖୋର୍ଦ୍ଧା ରୋଡ଼ଠାରେ ୧୧ଟା ୫ ପରିବର୍ତ୍ତେ ୧୧ଟା ୪୫ରେ ପହଞ୍ଚିବ।
ସେହିପରି ଖୋର୍ଦ୍ଧା ରୋଡ଼-ନୟାଗଡ଼ ଟାଉନ ପାସେଞ୍ଜର(୫୮୪୨୯) ଖୋର୍ଦ୍ଧା ରୋଡ଼ଠାରୁ ବର୍ତ୍ତମାନ ଚଳାଚଳ ସମୟ ସନ୍ଧ୍ୟା ୭ଟା ୩୦ ପରିବର୍ତ୍ତେ ସନ୍ଧ୍ୟା ୮ଟା ୧୫ରେ ଛାଡ଼ିବ। ରାତି ୯ଟା ୧୦ ପରିବ‌ର୍ତ୍ତେ ୯ଟା ୪୦ରେ ନୟାଗଡ଼ ଟାଉନଠାରେ ପହଞ୍ଚିବ। ଫେରିବା ପଥରେ ନୟାଗଡ଼ ଟାଉନ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର(୫୮୪୩୨) ସମୟ ସାରଣୀ ଅପରିବର୍ତ୍ତିତ ରହିବ। ନୟାଗଡ଼ ଟାଉନ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର ସକାଳ ୫ଟାରେ ନୟାଗଡ଼ ଟାଉନ୍‌ରୁ ଛାଡ଼ି ୬ଟା ୪୫ରେ ଖୋର୍ଦ୍ଧା ରୋଡ଼ଠାରେ ପହଞ୍ଚିବ।
ଅନ୍ୟପକ୍ଷରେ ୧୫ ତାରିଖରେ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ନୂଆଦିଲ୍ଲୀଠାରେ ଭିଡିଓ କନ୍‌ଫରେନସିଙ୍ଗ ମାଧ୍ୟମରେ ଭୁବନେଶ୍ୱର-ନୟାଗଡ଼ ଟାଉନ ସେବା ଏକ୍ସପ୍ରେସ ସହିତ ଦେଶର ବିଭିନ୍ନ ପ୍ରାନ୍ତରେ ଆହୁରି ୯ଟି ସେବା ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବେ। ସେବା ଏକ୍ସପ୍ରେସ ଶୁଭାରମ୍ଭ ଉତ୍ସବରେ ଭୁବନେଶ୍ୱରଠାରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ ପଦ୍ମନାଭ ବେହେରା, ଅରୁଣ ସାହୁ ଓ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ସମେତ ପୁରୀ ସାଂସଦ ପିନାକୀ ମିଶ୍ର, ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଓ ସୁଶାନ୍ତ କୁମାର ରାଉତ ପ୍ରମୁଖ ଉପସ୍ଥିତ ରହିବେ।

Comments are closed.