Odisha Link
Bridging the Missing Links in Odisha

ଖୋର୍ଦ୍ଧାରେ ବିଜେପି ନେତାଙ୍କୁ ଗୁଳିକରି ହତ୍ୟା

ଖୋର୍ଦ୍ଧା: ଖୋର୍ଦ୍ଧାର ପ୍ରମୁଖ ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ।ସେ ଖୋର୍ଦ୍ଧାରେ ବିଜେପି ମଣ୍ଡଳ ସଭାପତି ଥିଲେ।

ଗତକାଲି ରାତି ପ୍ରାୟ ୧୧ଟା ସମୟରେ ଖୋର୍ଦ୍ଧାର ନବୀନାବାଗ ସ୍ଥିତ ବିଜେପି କାର୍ଯ୍ୟାଳୟ ନିକଟରେ ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଜଣେ ଦୁର୍ବୃତ୍ତ ବାଇକରେ ଆସି ମଙ୍ଗୁଳିଙ୍କ ଉପରକୁ ଗୁଳି କରିଥିବା କୁହାଯାଉଛି।

ତେବେ କିଏ ଓ କାହିଁକି ଏହି ହତ୍ୟାକାଣ୍ଡ ଘଟାଇଲା ତାହା ସ୍ପଷ୍ଟ ହୋଇନାହିଁ। ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି। ବିଜେଡି ଏହି ହତ୍ୟାକାଣ୍ଡରେ ସଂପୃକ୍ତ ବୋଲି ବିଜେପି ଅଭିଯୋଗ କରିଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

ଏହି ହତ୍ୟାକାଣ୍ଡକୁ ବିରୋଧ କରି ବିଜେପି ପକ୍ଷରୁ ଆଜି ଖୋର୍ଦ୍ଧାରେ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।

Comments are closed.