Odisha Link
Bridging the Missing Links in Odisha

ପୁରୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ଦୁଇ କେନ୍ଦ୍ର ମନ୍ତ୍ରୀ

ପୁରୀ : ଆଜି ପୁରୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ। ତାଙ୍କ ସହିତ ବିଜେପି ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା, ବିଜେପି ଓଡ଼ିଶା ପ୍ରଭାରୀ ଅରୁଣ ସିଂହ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଓ ଦଳୀୟ କର୍ମକର୍ତ୍ତାମାନେ ମଧ୍ୟ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି।

ମୋଦି ସରକାରଙ୍କ ଦ୍ବିତୀୟ ପାଳିର ଦାୟିତ୍ବ ଗ୍ରହଣ କରିବା ପରେ ଆଜି ପ୍ରଥମ ଥର ଓଡିଶା ଗସ୍ତରେ ଆସିଛନ୍ତି ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ।

ଦୁଇ ମନ୍ତ୍ରୀଙ୍କୁ ଭୁବନେଶ୍ବର ବିମାନ ବନ୍ଦରରେ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତା ମାନେ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଭୁବନେଶ୍ବର ବିମାନ ବନ୍ଦରରେ ୮ଟା ୩୦ ରେ ପହଞ୍ଚିବା ପରେ ଦଳୀୟ କାର୍ଯ୍ୟକର୍ତ୍ତାମାନେ ସେମାଙ୍କୁ ପାଛୋଟି ନେଇଥିଲେ। ଏହା ପରେ ଧର୍ମେନ୍ଦ୍ର ଓ ପ୍ରତାପ ପୁରୀ ଅଭିମୁଖେ ଗସ୍ତ କରିଥିଲେ।

Comments are closed.