Odisha Link
Bridging the Missing Links in Odisha

ରାଜ୍ୟର ୫ଟି ଜିଲ୍ଲାକୁ ହାଲ୍‌କା ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆଜି ରାଜ୍ୟର ୫ଟି ଜିଲ୍ଲାରେ ଧୂଳିଝଡ଼ ହେବାର ସମ୍ଭାବନା ରହିଛି। ଏହି ସମୟରେ ଘଡ଼ଘଡ଼ି ମାରିବ ଓ ହାଲ୍‌କା ବର୍ଷା ବି ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଏଥିପାଇଁ ଦିନ ୧୧ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ସବୁ ଜିଲ୍ଲାଗୁଡ଼ିକୁ ପରାମର୍ଶ ଦିଆଯାଇଛି। ଯେଉଁ ସବୁ ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ କୁହାଯାଇଛି, ସେଗୁଡ଼ିକ ହେଉଛି- ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦୁଝର।

Comments are closed.