Odisha Link
Bridging the Missing Links in Odisha

୨୦ରୁ ୨୨ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପାଣିପାଗ ବିଭାଗ

ଭୁବନେଶ୍ୱର: ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। ଅସହ୍ୟ ଗରମ ସାଙ୍ଗକୁ ଅସହ୍ୟତାତିରୁ ମୁକ୍ତି ପାଇବେ ଓଡ଼ିଶାବାସୀ। କାହିଁକିନା ଆସନ୍ତା ୨୦ରୁ ୨୨ ତାରିଖ ମଧ୍ୟରେ ଓଡ଼ିଶାକୁ ପ୍ରଥମେ ମୌସୁମୀ ବାୟୁ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ୨୦ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉତ୍ତର ଉପକୂଳରେ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୭ରୁ ୧୮ ତାରିଖ ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଉପକୂଳ ଓଡ଼ିଶା, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଆଦି ଜିଲ୍ଲାରେ ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବହିବ। ତେଣୁ ଏହି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହିପରି ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Comments are closed.