Odisha Link
Bridging the Missing Links in Odisha

୨୪ ଘଣ୍ଟାରେ ପରେ ଓଡିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର: ଓଡିଶା ବାସୀଙ୍କ ଅପେକ୍ଷା ଶେଷ ହେବାକୁ ଯାଉଛି । ଏଥର ଚାଷୀ ପୁଅର ଚାଷ କାମରେ ଆଉ ବାଧକ ସାଜିବ ନାହିଁ ବର୍ଷା କାରଣ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ । ପ୍ରାଥମିକ ପର୍ଯ୍ୟାୟରେ ଦକ୍ଷିଣ ଓଡ଼ିଶାରେ ମୌସୁମୀ ସକ୍ରିୟ ହେବ । ପରବର୍ତ୍ତୀ ସମୟରେ ସାରା ଓଡ଼ିଶାକୁ ମୌସୁମୀ ବାୟୁ ଛୁଇଁବ । ଏହି ମୌସୁମୀ ଲଘୁଚାପ ନେଇ ଆସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଓଡ଼ିଶାର ୧୦ ଜିଲ୍ଲାରେ ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ଯାଜପୁର, ନୟାଗଡ଼ ଓ ଭଦ୍ରକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ବର୍ଷା ଯୋଗୁଁ ତାତିରୁ ନିସ୍ତାର ମିଳିଛି । ରାଜ୍ୟରେ ଆରମ୍ଭ ହୋଇଛି ପ୍ରାକ୍ ମୌସୁମୀ ବର୍ଷା । ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ମଧ୍ୟ ଦେଖିବାକୁ ମିଳିଛି ।

Comments are closed.