Odisha Link
Bridging the Missing Links in Odisha

ରାଜ୍ୟସଭା ଉପନିର୍ବାଚନ: ବିଜେଡ଼ିରୁ ଅମର ଓ ସସ୍ମିତ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର: ରାଜ୍ୟର ଖାଲି ପଡ଼ିଥିବା ୩ଟି ରାଜ୍ୟସଭା ଆସନ ପାଇଁ ଆଜି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ନବୀନ। ଘୋଷଣା କରିଥିବା ୩ଟି ନାମ ମଧ୍ୟରୁ ୨ଟି ଆସନ ଶାସକ ବିଜୁ ଜନତା ଦଳ ପକ୍ଷରୁ ଦଳର ସୂଚନା ପ୍ରଯୁକ୍ତି ବିଦ୍ୟା (ଆଇଟି) ସେଲ୍‌ର ମୁଖ୍ୟ ତଥା ପୂର୍ବତନ ଆକାଉଣ୍ଟାଣ୍ଟ୍‌ ଜେନେରାଲ୍‌ ଅମର ପଟ୍ଟନାୟକ ଏବଂ ମୁଖପାତ୍ର ସସ୍ମିତ ପାତ୍ରଙ୍କ ନାମ ଦଳର ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ଏହାଛଡ଼ା ତୃତୀୟ ଆସନ ପାଇଁ ପୂର୍ବତନ ଆଇଏଏସ୍‌ ଅଧିକାରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱକୁ ବିଜେଡି ପକ୍ଷରୁ ସମର୍ଥନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଶ୍ରୀ ବୈଷ୍ଣବ ବିଜେପିର ପ୍ରାର୍ଥୀ ହେବେ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପ୍ରସ୍ତାବ ଦେଇଥିଲେ। ତାହାକୁ ସେ ସମର୍ଥନ କରିଛନ୍ତି ବୋଲି ନବୀନ କହିଛନ୍ତି। ସୂଚନାଥାଉକି, ରାଜ୍ୟସଭା ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ, ପ୍ରତାପ ଦେବ ଏବଂ ଅଚ୍ୟୁତ ସାମନ୍ତ ଗତ ସାଧାରଣ ନିର୍ବାଚନରେ ନିର୍ବାଚିତ ହେବା ପରେ ରାଜ୍ୟସଭା ସଭ୍ୟ ପଦରୁ ଇସ୍ତଫା ଦେଇଥିଲେ ଏବଂ ଏହା ଫଳରେ ୩ଟି ଆସନ ଖାଲି ପଡ଼ିଥିଲା।

Comments are closed.