Odisha Link
Bridging the Missing Links in Odisha

୧୦୨ ଅଧିକାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ, ୫-ଟି ମନ୍ତ୍ରକୁ ଗୁରୁତ୍ବ ଦେବା ପାଇଁ ଦେଲେ ପରାମର୍ଶ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଓଡିଶା ଲୋକସେବା ଆୟୋଗ ଦ୍ୱାରା ଅନୁଷ୍ଠିତ ଓଡିଶା ସିଭିଲ ସର୍ଭିସ ପରୀକ୍ଷା ୨୦୧୭ର କୃତି ପ୍ରତିଯୋଗୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି|ଏକ ସ୍ବତନ୍ତ୍ର କାରଯ୍ୟକ୍ରମ ଜୟଦେବ ଭବନଠାରେ ଆୟୋଜିତ ହୋଇଛି। ଲହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୧୦୨ ଜଣ ନବ ନିଯୁକ୍ତ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି| ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲୋକଙ୍କ ସହିତ ପ୍ରତ୍ୟକ୍ଷ ସମ୍ପର୍କରେ ରହିବାକୁ ହେବ | ଲୋକଙ୍କ କଲ୍ୟାଣ ପାଇଁ ନିଷ୍ପତ୍ତି ନେବାକୁ ହେବ| ତେଣୁ ଧୈର୍ଯ୍ୟ ଓ ସମ୍ବେଦନଶୀଳତା ସହିତ ଲୋକଙ୍କ ସମସ୍ୟା ସମାଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି|ଏହ ସହ ରାଜ୍ୟ ସରକାରଙ୍କ ୩-ଟି ମନ୍ତ୍ର ସମ୍ପର୍କରେ ନବନିଯୁକ୍ତ ଅଧିକାରୀଙ୍କୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କ ଜୀବନରେ ପରିବର୍ତ୍ତନ ପାଇଁ ଟେକ୍ନୋଲୋଜି, ଟ୍ରାନ୍ସପରେନ୍ସି ଓ ଟିମୱାର୍କ ଉପରେ ଗୁରୁତ୍ୱ ଆରୋପ କରିଛନ୍ତି| ବର୍ତ୍ତମାନ ଏହି ୩ଟି ଟି ସହ ଆଉ ୨ଟି ଟି କୁ ସାମିଲ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ| ସେହି ୨ଟି ଟି ହେଲା ଟ୍ରାନ୍ସଫରମେସନ ଓ ଟାଇମ୍‌। ଏହି କାର୍ଯ୍ୟକ୍ରମରେ ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁଦାମ ମାରାଣ୍ଡି, ଖାଦ୍ୟ ଯୋଗାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଶକ୍ତି ଓ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟ ଶଙ୍କର ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ଶ୍ରୀ ଆଦିତ୍ୟ ପାଢ଼ୀଙ୍କ ସହିତ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Comments are closed.