Odisha Link
Bridging the Missing Links in Odisha

ଆଜି ଓଡିଶା ଛୁଇଁବ ମୌସୁମୀ, ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ଝିପି୍ଝିପି୍ ବର୍ଷା

ଭୁବନେଶ୍ବର : ଆଜି ଦକ୍ଷିଣ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ଆସନ୍ତା ୧୨ ଘଣ୍ଟା ଭିତରେ ଦକ୍ଷିଣ ଓଡିଶାରେ ସକ୍ରିୟ ହେବାକୁ ଯାଉଛି ମୌସୁମୀ । ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡିଶାରେ ସକ୍ରିୟ ହେବା ସହ ଗଂଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।
ପରବର୍ତ୍ତୀ ସମୟରେ ଉପକୂଳ ଓ ଉତ୍ତର ଓଡିଶାକୁ ମୌସୁମୀ ବ୍ୟାପିବ । ୨୩ ତାରିଖ ପର୍ଯ୍ୟନ୍ତ ଓଡିଶାରେ ପ୍ରବଳ ବର୍ଷା ଲାଗି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ଝିପି୍ଝିପି୍ ବର୍ଷା ହୋଇଛି । ଆସନ୍ତା ୩ ଦିନ ଯାଏଁ ଏପରି ବର୍ଷା ଲାଗିରହିବ ଆକଳନ କରାଯାଇଛି । ସାରା ରାଜ୍ୟରେ ପାଗ ପରିବର୍ତ୍ତନ ସାଙ୍ଗକୁ ସବୁ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ହେବ । ପଶ୍ଚିମ ଓଡ଼ିଶାରେ ମଧ୍ୟ ୨୪ ଘଣ୍ଟାରେ ତାତି ରୁ ନିସ୍ତାର ମିଳିବ ।
ସେହିପରି ୧୪ ଜିଲ୍ଲା ପାଇଁ କାଳବୈଶାଖୀର ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଏ ସବୁ ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡା, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ନୟାଗଡ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି ।

Comments are closed.