Odisha Link
Bridging the Missing Links in Odisha

୨୨ଟି ଜିଲ୍ଲାକୁ ଘଡଘଡି ସହ ପ୍ରବଳ ବର୍ଷାର ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ଆଜି ରାଜ୍ୟର ୨୨ଟି ଜିଲ୍ଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ଦିନ ୧୨ଟା ୧୫ଯାଏ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ନୟାଗଡ଼, କଟକ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ସୁନ୍ଦରଗଡ଼, ବରଗଡ଼,ଝାରସୁଗୁଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର,ଗଞ୍ଜାମ, ଗଜପତି, ନୂଆପଡ଼ା ଓ ବଲାଙ୍ଗିର।
ସୂଚନା ଅନୁସାରେ, ରାଜ୍ୟରେ ଗତକାଲିଠାରୁ ମୌସୁମୀ ବାୟୁ ପ୍ରବେଶ କରି ସାରିଛି। ଅନେକ ଜିଲ୍ଲାକୁ ଏହା ଛୁଇଁ ସାରିଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପୂରା ରାଜ୍ୟରେ ପ୍ରବେଶ କରିବ।

Comments are closed.