Odisha Link
Bridging the Missing Links in Odisha

ବିଜେପି ବିଧାୟକ ଦଳ ନେତା ହେଲେ ପ୍ରଦୀପ୍ତ କୁମାର ନାଏକ

ଭୁବନେଶ୍ୱର: ଗତ କାଲି ରାଜ୍ୟ କାର୍ଯ୍ୟାଳୟରେ ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସୁଶ୍ରୀ ସରୋଜ ପାଣ୍ଡେଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ବିଜେପିର ସମସ୍ତ ବିଧାୟକମାନେ ଉପସ୍ଥିତ ଥିଲେ । ବୈଠକରେ ହୋଇଥିବା ନିଷ୍ପତି ଅନୁସାରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ଆଜି ଭବାନୀପାଟଣା ବିଧାୟକ ପ୍ରଦୀପ୍ତ କୁମାର ନାଏକଙ୍କୁ ବିଜେପି ବିଧାୟକ ଦଳ ନେତା ଭାବେ ଘୋଷଣା କରିଛନ୍ତି ବୋଲି ରାଷ୍ଟ୍ରୀୟ ସାଧାରଣ ସଂପାଦକ ଓ ରାଜ୍ୟ ପ୍ରଭାରୀ  ଅରୁଣ ସିଂ ପ୍ରେସ ବିଜ୍ଞପ୍ତି ଜରିଆରେ ଜଣାଇଛନ୍ତି ।

Comments are closed.