Odisha Link
Bridging the Missing Links in Odisha

ସାରା ରାଜ୍ୟରେ ଲାଗି ରହିଛି ବର୍ଷା

ଭୁବନେଶ୍ବର : ଓଡିଶାରେ ଆସନ୍ତା ୩୬ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ଓଡିଶା ପାଇଁ ଅରେଂଜ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଉତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏଥିସହ ଦକ୍ଷିଣ ଛତିଶଗଡରେ ଆଉ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ମିଶିଥିବାରୁ ଓଡିଶାରେ ମୌସୁମୀ ବାୟୁ ସକ୍ରିୟ ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କଳାହାଣ୍ଡି, ଗଂଜାମ, ପୁରୀ, ବରଗଡ, ଜଗତସିଂହପୁର, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୁର୍ବାନୁମାନ କରାଯାଇଛି । ଆସନ୍ତା ୪୮ ଘଣ୍ଟା ଭିତରେ କେତେକ ସ୍ଥାନରେ ୧୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ନବରଙ୍ଗପୁର, ଗଜପତି, କୋରାପୁଟ, କନ୍ଧମାଳ, କଟକ, ଯାଜପୁର, ଢେଙ୍କାନାଳ, ସମ୍ବଲପୁର ଓ ଦେବଗଡ ଜିଲ୍ଲାର କିଛି ଅଂଚଳରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ସେହିପରି ଘୂର୍ଣ୍ଣିବଳୟ ପ୍ରଭାବରେ ଓଡିଶାରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ରାଜ୍ୟର ଅଧାରୁ ଅଧିକ ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ ଓ ଉପକୂଳ ଓଡିଶାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବି ବହିପାରେ । ତେଣୁ ବଙ୍ଗୋପସାଗର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ଭାରତୀୟ ପାଣିପାଗ ବିଭାଗ ।

Comments are closed.