ଆଜିଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ୨ୟ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ସୋମବାର ଆରମ୍ଭ ହୋଇଛି । ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଜାରି ରହିଛି। ଏଥର ୨୭,୬୧୬ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀ ୧୨୨ଟି କେନ୍ଦ୍ରରେ ପରୀକ୍ଷା ଦେଉଥିବାବେଳେ ୯୦୩୩ ପରୀକ୍ଷାର୍ଥୀ ୫୫ଟି କେନ୍ଦ୍ରରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେଉଛନ୍ତି। ଆସନ୍ତା ୧୪ ତାରିଖରେ ସପ୍ଲିମେଣ୍ଟାରୀ ପରୀକ୍ଷା ଏବଂ ୧୬ ତାରିଖରେ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଶେଷ ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ନୀହାର ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି। ତେବେ କପି ରୋକିବା ଓ ପ୍ରଶ୍ନପତ୍ର ଭାଇରାଲ ରୋକିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବା ସହ ପରୀକ୍ଷା କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।
Comments are closed.