Odisha Link
Bridging the Missing Links in Odisha

ଆସନ୍ତା କାଲି ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍‌ ଚାମ୍ପିୟନସିପ୍

କଟକ : ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା କମନେଓ୍ୱଲେ୍ଥ ଟେବୁଲ ଟେନିସ ଚାମ୍ପିୟନସିପ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ଚାମ୍ପିୟନସିପରେ ଭାଗନେବା ପାଇଁ ୱେଲସ, ସାଉଥ ଆଫ୍ରିକା, ଇଂଲଣ୍ଡ ଦଳ ଓଡ଼ିଶାରେ ପହଞ୍ଚି ସାରିଛନ୍ତି। ୧୭ରୁ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଚାମ୍ପିୟନସିପରେ ୧୪ଟି ଦେଶ ଭାଗ ନେବେ। ଖେଳାଳି ମାନେ କଟକରେ ପହଞ୍ଚୁଥିବାରୁ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା କହିଛନ୍ତି କଟକ ଡିସିପି।
ଇଣ୍ଡୋର ଷ୍ଟାଡିୟମରେ ରହିଥିବା ୫ ହଜାର ସିଟକୁ ୩୦ ଟି ଜୋନରେ ଭାଗ କରାଯାଇଛି। ଦର୍ଶକ ମାନେ ଏହି ଷ୍ଟାଡିୟମକୁ ପ୍ରବେଶ କରିବା ପାଇଁ ୮ଟି ଗେଟ୍ ରହିଛି। ଖେଳାଳି ଓ ଭିଭିଆଇପିଙ୍କ ପ୍ରବେଶ ଲାଗି ସ୍ୱତନ୍ତ୍ର ଗେଟ୍ ରହିଛି।ଷ୍ଟାଡିୟମ ପରିସରରେ ୧୦ ପ୍ଲାଟୁନ ପୁଲିସ ଫୋର୍ସ ରହିବେ। ସକାଳ ୯ଟାରୁ ରାତି ୧୦ ଟା ଯାଏଁ ମ୍ୟାଚ ରହିଥିବାରୁ ୨ଟି ସିଫ୍ଟରେ ପୁଲିସ ସୁରକ୍ଷା ଦାୟିତ୍ୱରେ ରହିବେ। ୨ ଜଣ ଏଡିସିପି ସୁରକ୍ଷା ତଦାରଖ କରିବେ। ଟ୍ରାଫିକ ନିୟନ୍ତ୍ରଣ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। କଟକର ଖ୍ରୀଷ୍ଟିଆନ ପଡ଼ିଆ ଓ ଉପର ବାଲିଯାତ୍ରା ପଡିଆରେ ପାର୍କିଂ ବ୍ୟବସ୍ଥା କରାଯାଇଛି।

Comments are closed.