Odisha Link
Bridging the Missing Links in Odisha

ଅଟୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା; ଚାଲିଗଲା ଦୁଇ ଜଣଙ୍କ ଜୀବନ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଚାନ୍ଦୋଳ ଛକ ନିକଟରେ ଅଟୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ମୃତକ ମାନେ ସ୍ଥାନୀୟ ବାଲିଆ ଅଞ୍ଚଳର ବୋଲି ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁସାରେ, ଗତକାଲି ଏକ ଅଟୋରେ ୨ ଜଣ ଯାତ୍ରୀ ଯାତ୍ରା କରୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଅଟୋ ଚାଳକଙ୍କ ସମେତ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଅନ୍ୟପକ୍ଷରେ, ଘଟଣାସ୍ଥଳରୁ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଛନ୍ତି।

Comments are closed.