Odisha Link
Bridging the Missing Links in Odisha

ଶୀଲା ଦୀକ୍ଷିତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା । ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଶ୍ରୀମତୀ ଦୀକ୍ଷିତ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଶନିବାର ଅପରାହ୍ଣରେ ହୃଦଘାତରେ ଶୀଲାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି ।

ତେବେ ୧୯୯୮ରୁ ୨୦୧୩ ମସିହା ପର୍ଯ୍ୟନ୍ତ ୧୫ ବର୍ଷ ଧରି ଶୀଲା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ସରକାର ଗଠନ କରିଥିଲେ । ଏହା ସହିତ ସେ ଦିଲ୍ଲୀ ପ୍ରଦେଶ କମିଟିର ଅଧ୍ୟକ୍ଷା ଭାବେ ମଧ୍ୟ ଦାୟିତ୍ୱ ସମ୍ଭାଳିଥିଲେ । ସେହିପରି ରାଜୀବ ଗାନ୍ଧୀ ସରକାରରେ ଶୀଲା ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରହିବା ସହ ୨୦୧୪ରେ କେରଳର ରାଜ୍ୟପାଳ ଥିଲେ ।

ଶୀଲାଙ୍କ ମୃତ୍ୟୁରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱଲ  ଆଦି ନେତାମାନ ଦୁଃଖ ପ୍ରକାଶ କରିଛନ୍ତି ।

Comments are closed.