Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଲଘୁଚାପ : ୩ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଉପକୂଳରୁ ଉପାନ୍ତ, ମାଲକାନଗିରିରୁ ମୟୂରଭଞ୍ଜ ସବୁଠି ବର୍ଷା ଲାଗି ରହିଛି । ୨୯ ତାରିଖ ଯାଏଁ ବର୍ଷା ଲାଗି ରହିବ । ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ବରଗଡର, ସୋନପୁର ଓ ନୂଆପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।
ସେହିପରି ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ମୟୁରଭଞ୍ଜ, କୋରାପୁଟ ଓ ବୌଦ୍ଧରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ଆଜି ଏବଂ ଆସନ୍ତାକାଲି ପାଇଁ ରାଜ୍ୟରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୫୦ରୁ ୬୦ କିଲୋମିଟର ବେଗରେ ମଧ୍ୟ ପବନ ବହିବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ହିପରି ୩୧ ତାରିଖ ଆଡ଼କୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଅଗଷ୍ଟ ୮ ଯାଏଁ ବର୍ଷା ହେବ ।

Comments are closed.