Odisha Link
Bridging the Missing Links in Odisha

ଆସନ୍ତା ସପ୍ତାହ ଯାଏଁ ସାରା ଓଡ଼ିଶାରେ ଲାଗିରହିବ ପ୍ରବଳ ବର୍ଷା

ଭୁବନେଶ୍ବର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅର୍ଥାତ ୩୧ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ସପ୍ତାହ ଯାଏଁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିବ ବୋଲି ଆଶା କରାଯାଉଛି । ଏହି ବର୍ଷାରେ ରାଜ୍ୟରେ ସୃଷ୍ଟି ହୋଇଥିବା ସ୍ବଳ୍ପ ବୃଷ୍ଟି ସ୍ଥିତି କିଛି ମାତ୍ରାରେ ଦୂର ହେବ ।
ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଓଡ଼ିଶା ଉପକୂଳରେ ମୌସୁମୀ ଅଧିକ ସକ୍ରିୟ ରହିଥିବାରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଆଜି ଏବଂ କାଲି ପାଇଁ ରାଜ୍ୟର କିଛି ଜିଲ୍ଲାରେ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.