କୋଇଲା ବୋଝେଇ ଟ୍ରେନ୍ରେ ଅଗ୍ନିକାଣ୍ଡ
ରାୟଗଡା : ରାୟଗଡା ଷ୍ଟେସନରେ ଛିଡା ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନରେ ଅଗ୍ନିକାଣ୍ଡ ଘଟିଛି । ୭ ନମ୍ବର ପ୍ଲାଟଫର୍ମରେ ଟ୍ରେନ୍ ଠିଆ ହୋଇଥିବା ବେଳେ ହଠାତ୍ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା । ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ତୁରନ୍ତ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନିକାଣ୍ଡ ଫଳରେ କାହାର କୌଣସି କ୍ଷତି ହୋଇନଥିବା ଜଣାପଡିଛି ।
Comments are closed.