Odisha Link
Bridging the Missing Links in Odisha

ଭାରସାମ୍ୟ ହରାଇ ରାସ୍ତା କଡକୁ ଖସିଲା ଯାତ୍ରୀବାହୀ ବସ୍

କଳାହାଣ୍ଡି : କଳାହାଣ୍ଡିରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଦୁଇ ଜଣ ଆହତ ହୋଇଥିବା ବେଳେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି। ଆହତ ଯାତ୍ରୀମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ, ଜାତୀୟ ରାଜପଥ ୨୬ ସିୟୁନି ନିକଟରେ ଯାତ୍ରୀବାହୀ ବସ୍ ରଘୁନାଥ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡିଥିଲା। ଫଳରେ ବସ୍ ରେ ଥିବା ଦୁଇ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍ ଟି ଭୁବନେଶ୍ବରରୁ ଉମରକୋଟ ଯାଉଥିଲା। ବର୍ଷା ପାଇଁ ବସ୍ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ହୋଇଛି।

Comments are closed.