ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

ଉଦଳା : ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ କରିବା ଘଟଣାରେ ଉଦଳା ପୁଲିସ୍ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଯୁବକଙ୍କ ନାଁ ବାବୁଲି। ବାରିପଦା ମେଡିକାଲରେ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇଛି।
ମିଳିଥିବା ସୂଚନା ଅନୁସାରେ, ଗତ ୩୧ ତାରିଖରେ ଭିନ୍ନକ୍ଷମ ଯୁବତୀଜଣଙ୍କ ଘରେ ଏକୁଟିଆ ଥିଲେ। ଏହାର ସୁଯୋଗ ନେଇ ବାବୁଲି ଦିବ୍ୟାଙ୍ଗ ଯୁବତୀଙ୍କୁ ଘରୁ ଟେକି ନେଇ ଜଙ୍ଗଲରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା ଏନେଇ। ଯୁବତୀଙ୍କ ମା’ ଥାନାରେ ଏତଲା ଦେଇଥିଲେ। ପୀଡ଼ିତାଙ୍କ ମା’ଙ୍କ ଏତଲା ଆଧାରରେ ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।