Odisha Link
Bridging the Missing Links in Odisha

୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲା ରହିଛି।
୬ରୁ ୭ ତାରିଖ ମଧ୍ୟରେ ମାଲାକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, ନୟାଗଡ଼, କେନ୍ଦ୍ରାପଡ଼ା, କଟକ, ନବରଙ୍ଗପୁର, ବଲାଙ୍ଗୀର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ଜଗତସିଂହପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳରୁ ଅତି ବର୍ଷା ସମ୍ଭାବନା ରହିଛି।

Comments are closed.