Odisha Link
Bridging the Missing Links in Odisha

ଆହୁରି ୪୮ ଘଣ୍ଟା ବର୍ଷା ସମ୍ଭାବନା

ଭୁବନେଶ୍ବର : ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ବାଂଲାଦେଶ ଉପକୂଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୪୮ ଘଣ୍ଟା ବର୍ଷା ହେବାର ସମ୍ଭାବନା ରହିଛି । ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ମିଳିଛି। କୋରାପୁଟ, ରାୟଗଡା, କନ୍ଧମାଳ, ନବରଙ୍ଗପୁର, ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ସୋନପୁର, ଦେବଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ ଓ ବରଗଡ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଅଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି। ରାଜ୍ୟର ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲାକାନଗିରି, ଢେଙ୍କାନାଳ, କଟକ, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ ଜିଲାର ଲୋକଙ୍କୁ ସତର୍କ ରହିବା ରହିବାକୁ ପରାମର୍ଶ ଦିଆଯାଇଛି ।

Comments are closed.