ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟରେ ଆସନ୍ତା ୨ ଦିନ ଯାଏଁ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ବଡ ବର୍ଷାର ସମ୍ଭାବନା ନାହିଁ। ୨୨ ତାରିଖଠାରୁ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୨୪ ତାରିଖ ଯାଏଁ ଏଭଳି ସ୍ଥିତ ଲାଗି ରହିବ। ଉତ୍ତର ଝାରଖଣ୍ଡ, ପଶ୍ଚିମବଙ୍ଗ ଓ ବିହାର ଉପରେ ଲଘୁଚାପ ପ୍ରଭାବରେ ଓଡିଶାରେ ପାଗ ମେଘୁଆ ରହୁଛି।
ତେବେ ୨୨ ତାରିଖ ଯାଏ ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବ। ସେହିପରି ୨୩ ଓ ୨୪ ତାରିଖରେ ଦକ୍ଷିଣ ଓ ଉପକୂଳ ଓଡିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।
Comments are closed.