Odisha Link
Bridging the Missing Links in Odisha

ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ମଧ୍ୟ ଆରମ୍ଭ ହୋଇଗଲାଣି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ୬ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଏହାସହ କେନ୍ଦ୍ରାପଡା, ମୟୁରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ, ଅନୁଗୋଳ, ଖୋର୍ଦ୍ଧା, ରାୟଗଡା, ଗଜପତି ଏବଂ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୩ରୁ ୪ଦିନ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ ଓ ଉତ୍ତର ଓଡିଶାର ଜିଲ୍ଲାଗୁଡିକରେ ଝଡବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Comments are closed.