ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ସୁନ୍ଦରଗଡ଼, ବରଗଡ଼, ମୟୂରଭଞ୍ଜ, ଝାରସୁଗୁଡା, ଢେଙ୍କାନାଳ, କଟକ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ସେହିପରି ୩୦, ୩୧ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ୍ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ ଓ କନ୍ଧମାଳ। ୧ ତାରିଖରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।