ଆଇଏଏସ୍ ସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ମିଳିଲା ଜାଣନ୍ତୁ

ଭୁବନେଶ୍ବର: ପୁଣିଥରେ ଆଜି ସନ୍ଧ୍ୟାରେ ଆଇଏଏସ ସ୍ତରରେ ହୋଇଛି ଅଦଳବଦଳ। ପ୍ରଦୀପ କୁମାର ଜେନାଙ୍କୁ ଗ୍ରାମ୍ୟ ଉନ୍ନୟନ ସଚିବ ଭାବେ ଦାୟିତ୍ୱ ମିଳିଥିବା ବେଳେ ସ୍ୱତନ୍ତ୍ର ରିଲିଫ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଜଙ୍ଗଲ ଓ ପରିବେଶ ବିଭାଗର ସଚିବ ଭାବେ ମୋନା ଶର୍ମାଙ୍କୁ ନୂଆ ଦାୟିତ୍ୱ ମିଳିଥିବାବେଳେ ସଞ୍ଜୀବ ଚୋପ୍ରାଙ୍କୁ ଗୃହ ବିଭାଗର ସଚିବ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି।
ଏଥିସହିତ ସୌରଭ ଗର୍ଗଙ୍କୁ ଗ୍ରିଡକୋ ଓ ଓପିଟିସିଏଲର ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ହେମନ୍ତ ଶର୍ମାଙ୍କୁ ଶିଳ୍ୱ ବିଭାଗର ସଚିବ ସହ ଏମଏସଏମଇ ଓ ଇପିକଲର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ବିଷ୍ଣୁପଦ ସେଠୀଙ୍କୁ ଶକ୍ତି ବିଭାଗର ସଚିବ ସହ ଓଏଚପିଏସର ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଚିତ୍ରା ଅରୁମଗମଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ଭାବେ ନୂଆ ଦାୟିତ୍ୱ ମିଳଛି। ବିଶାଳ ଗଗନଙ୍କୁ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ମିଳିଥିବା ବେଳେ ଅରବିନ୍ଦ ଅଗ୍ରୱାଲଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନୂଆ ଦାୟିତ୍ୱ ମିଳିଛି।