Odisha Link
Bridging the Missing Links in Odisha

୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ପ୍ରବଳ ବର୍ଷିବ। ଏଥିପାଇଁ ୮ଟି ଜିଲ୍ଲାରେ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ମଧ୍ୟରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ ଓ ପୁରୀ ଆଦି ସାମିଲ ରହିଥିବା ବେଳେ ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼ ଓ କଟକ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୪ରୁ ୫ ତାରିଖ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ହେତୁ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଆଦି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କୋରାପୁଟ, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡା ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.