Odisha Link
Bridging the Missing Links in Odisha

୩ ଦିନ ବର୍ଷିବ!

ଭୁବନେଶ୍ବର: ରାଜ୍ୟରେ ଆଉ ୩ଦିନ ଧରି ବର୍ଷା ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୩ ଦିନ ପ୍ରବଳ ବର୍ଷା ହେବ। ଆସନ୍ତାକାଲିଠୁ ରାଜ୍ୟର ଅଧତ୍କାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ।

ତେବେ ଆଜି ପାଇଁ ରାଜ୍ୟର ୮ଟି ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରିକଲା ପାଣିପାଗ ବିଭାଗ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ପୁରୀ ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼ ଏବଂ କଟକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Comments are closed.