ଗାନ୍ଧି ଜୟନ୍ତିରୁ ରାଜ୍ୟରେ ପ୍ଲାଷ୍ଟିକ୍ ବ୍ୟାନ୍
ଭୁବନେଶ୍ବର: ରାଜ୍ୟରେ ହେବ ପ୍ଲାଷ୍ଟିକ୍ ବ୍ୟାନ। ଅକ୍ଟୋବର ୨ ତାରିଖରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବ୍ୟାନ୍ ହେବ। ଏଥିସହିତ ସହରାଞ୍ଚଳ ସମେତ ରାଜ୍ୟରେ ବ୍ୟାନ୍ ହେବ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ। ଆଜି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ। ସୂଚନାଯୋଗ୍ୟ, ସ୍ୱାଧୀନତା ଦିବସ ଦିନ ପ୍ଲାଷ୍ଟିକ ବ୍ୟାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।
Comments are closed.