Odisha Link
Bridging the Missing Links in Odisha

ନଦୀରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ

ପଟ୍ଟାମୁଣ୍ଡାଇ: କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ନିମପୁର ଗାଁ ବ୍ରାହ୍ମଣୀ ନଦୀ ଘାଟ ନିକଟରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
ଆଜି ସକାଳୁ ମହିଳାଙ୍କ ଶବଟି ଭାସୁଥିବାର ସ୍ଥାନୀୟ ଲୋକେ ଦେଖିଥିଲେ। ପରେ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି। ତେବେ ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। କେମିତି ମହିଳାଙ୍କ ମୃତ୍ୟୁ ହେଲା ତାହା ମଧ୍ୟ ଜଣା ପଡ଼ିନାହିଁ। ତେବେ ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଇଛି। ପଟ୍ଟାମୁଣ୍ଡାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛି।

Comments are closed.