Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ

ପାଟଣାଗଡ଼: ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପାଟଣାଗଡ଼ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ କିଶୋର ପାତ୍ର ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଜଣାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କିଶୋର ପାତ୍ରଙ୍କ ପାଟଣାଗଡ଼ ବାସଭବନ ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜରି ରହିଥିବା ଜଣାଯାଇଛି।
ସୂଚନା ଅନୁଯାୟୀ ଆଜି ସକାଳେ ଭିଜିଲାନସ ବିଭାଗର କର୍ମଚାରୀମାନେ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ କିଶୋର ପାତ୍ରଙ୍କ ଘରେ ପ୍ରଥମେ ଚଢ଼ାଉ କରିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହେଉଛି ।

Comments are closed.