Odisha Link
Bridging the Missing Links in Odisha

ଗଞ୍ଜାମ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା

ଗଞ୍ଜାମ: ସାରା ରାଜ୍ୟରେ ୨ଦିନ ହେବ ପ୍ରବଳ ବର୍ଷା ଲାଗି ରହିଛି। ଘୂର୍ଣ୍ଣିବଳୟ ଯୋଗୁ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ବର୍ଷାକୁ ନଜରରେ ରଖି ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସ୍କୁଲରେ ଶିକ୍ଷକମାନଙ୍କୁ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଲଗାଣ ବର୍ଷା ହେତୁ ରାଜ୍ୟର ବିଭିନ୍ନ ସ୍ଥାନରେ ରାସ୍ତାଘାଟ ଜଳାର୍ଣ୍ଣବ ହୋଇ ପଡ଼ିଛି। ସହର ଭିତରେ କେଉଁଠି ଜଳ ଢେଉ ଖେଳୁଛି ତ କେଉଁଠି ଆଣ୍ଠୁଏ ଉଚ୍ଚର ପାଣି। ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହେଉଥିବା ବେଳେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।

Comments are closed.