Odisha Link
Bridging the Missing Links in Odisha

ରାଜ୍ୟର ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ପୂର୍ବାହ୍ନ ୧୦: ୧୫ରୁ ଅପରାହ୍ନ ୧: ୧୫ ମଧ୍ୟରେ ରାଜ୍ୟର ୧୭ଟି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କଥା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।
କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଢେଙ୍କାନାଳ, ଅନଗୁଳ, କଟକ, ଭୁବନେଶ୍ୱର ସମେତ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ ଏବଂ ରାୟଗଡ଼ାରେ ଏ ଭଳି ବର୍ଷା ସମ୍ଭାବନା ରହିଛି।

Comments are closed.