Odisha Link
Bridging the Missing Links in Odisha

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ୱତନ୍ତ୍ର ବିମାନ ‘ରାଜକମଲ’ ଯୋଗେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜ୍ୟପାଳ ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ୱାଗତ କରିଥିଲେ। ଏହାଛଡ଼ା ପୁଲିସ ଡିଜି ବି.କେ ଶର୍ମା, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସମେତ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ତାଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାୟୁସେନା ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଗଂଜାମରେ ପହଞ୍ଚିଛନ୍ତି।

ବ୍ରହ୍ମପୁର ଉପକଣ୍ଠ ଗୋଳାବନ୍ଧଠାରେ ୧୯୮୪ରେ ଆର୍ମି ଏୟାର ଡିଫେନ୍ସ କଲେଜ ଓ ଆର୍ମି ଡିଫେନ୍ସ ସେଣ୍ଟର ପ୍ରତିଷ୍ଠା ହୋଇଥିଲା। ୨୫ ବର୍ଷରୁ ଉଦ୍ଧ୍ୱର୍ ଉଲ୍ଲେଖନୀୟ ସେବା ପାଇଁ ଏହି ସେଣ୍ଟରକୁ ୨୮ତାରିଖରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ସମ୍ମାନଜନକ “କଲର ଆୱାର୍ଡ’ ପ୍ରଦାନ କରିବେ। ଏହି କାର୍ଯ୍ୟକ୍ରମରେ ସ୍ଥଳସେନା ମୁଖ୍ୟ ଜେନେରାଲ ବିପିନ ରାୱତ, ଓଡ଼ିଶା ରାଜ୍ୟପାଳ ଫ୍ରପେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଲେଫ୍ଟନାଣ୍ଟ ଜେନେରାଲ ଅଶ୍ୱିନୀ କୁମାର ଓ ଲେଫ୍ଟନାଣ୍ଟ ଜେନେରାଲ ଏ.ପି. ସିଂ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Comments are closed.